ଭୁବନେଶ୍ୱର: ମହାମାରୀ କରୋନା ଭାଇରସ ରାଜଧାନୀ ଭୁବନେଶ୍ୱରରେ ଆଜି ଉଗ୍ର ରୂପ ଦେଖାଇଛି । ଆଜି ରାଜଧାନୀରୁ ୨୪୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଗୋଟିଏ ଦିନରେ ଏହା ହେଉଛି ସର୍ବାଧିକ । ଭୁବନେଶ୍ୱର ମହାନଗର ନିଗମ ପକ୍ଷରୁ ଟୁଇଟ ଜରିଆରେ ଏହି ସୂଚନା ଦିଆଯାଇଛି । ବିଏମ୍ସି ପକ୍ଷରୁ କୁହାଯାଇଛି ଯେ, ନୂଆ ଚିହ୍ନଟ ୨୪୮ ଜଣଙ୍କ ମଧ୍ୟରୁ ୨୦୭ ଜଣ କ୍ୱାରେଣ୍ଟାଇନ ସେଣ୍ଟରରୁ ଚିହ୍ନଟ ହୋଇଥିବା ବେଳେ ୪୧ ଜଣ ହେଉଛନ୍ତି ସ୍ଥାନୀୟ ସଂକ୍ରମିତ । ଅପରପକ୍ଷେ ଭୁବନେଶ୍ୱରରୁ ଆଜି ୨୯ ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି ।
ବିଏମ୍ସି ପକ୍ଷରୁ
Update on newly detected & cured #COVID19 cases in the last 24 hrs under the BMC area on 24th July 2020(till 9am).
Further contact tracing is still continuing.
Primary contacts & nearby houses are being quarantined, sanitised & will be under active surveillance. pic.twitter.com/cXFvZudJIy— BMC (@bmcbbsr) July 24, 2020
ଦିଆଯାଇଥିବା ସୂଚନା ଅନୁସାରେ ଏ ପର୍ଯ୍ୟନ୍ତ ଭୁବନେଶ୍ୱରରେ ୧୭୧୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇସାରିଛନ୍ତି । ଏଥିରୁ ୮୩୪ ଜଣ ସୁସ୍ଥ ହୋଇଥିବା ବେଳେ ୮୭୦ ଜଣ ସକ୍ରିୟ ଆକ୍ରାନ୍ତ ଅଛନ୍ତି । କିନ୍ତୁ କରୋନାରେ ଆକ୍ରାନ୍ତ ୧୧ ଜଣ ରୋଗୀଙ୍କର ମୃତ୍ୟୁ ହୋଇସାରିଛି ।
ଗତକାଲି ଓ ଜୁଲାଇ ୨୨ ତାରିଖରେ ମଂଚେଶ୍ୱରସ୍ଥିତ ଏକ ଅଟାକଳରୁ ୬୦ରୁ ଉର୍ଦ୍ଧ୍ୱ କର୍ମଚାରୀ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ ଆଜି ବିଜେବି ନଗରସ୍ଥିତ ହରି ନଗର ଅନ୍ତର୍ଗତ ମହୀଷିଖାଲ ବସ୍ତିରୁ ୪୫ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏ ସମସ୍ତେ ଜଣେ ପୁରୁଣା ଆକ୍ରାନ୍ତଙ୍କ ସଂସ୍ପର୍ଶରେ ଆସି ସଂକ୍ରମିତ ହୋଇଥିବା ସୂଚନା ଦେଇଛି ବିଏମସି।
