ଭୁବନେଶ୍ୱର : ରାଜ୍ୟରେ ଆଜି ରେକର୍ଡସଂଖ୍ୟକ ୫୬୧ ଜଣ କରୋନା ପଜିଟିଭ୍ ଚିହ୍ନଟ ହେବା ଫଳରେ ଏବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୮୧୦୬କୁ ବୃଦ୍ଧି ପାଇଛି। ଏ ନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।
COVID-19 REPORT FOR 2nd July
New Positive Cases: 561
In Quarantine: 425
Local Contacts: 136(Details of local contacts will be shared by concerned Dist Administration)
Dist Wise Cases
1. Bargarh: 21
2. Bhadrak: 1
3. Bolangir: 19
4. Cuttack: 81
5. Dhenkanal: 3
6. Ganjam: 283— I & PR Department, Odisha (@IPR_Odisha) July 3, 2020
ଏମାନଙ୍କ ଭିତରୁ ୧୩୬ଜଣ ସ୍ଥାନୀୟ ସଂକ୍ରମିତ ଥିବା ବେଳେ ଅବଶିଷ୍ଟ ୪୨୫ଜଣ ସଙ୍ଗରୋଧ କେନ୍ଦ୍ରର ବୋଲି ଜଣାଯାଇଛି। ଏମାନଙ୍କ ଭିତରେ ଜଣେ ଅମ୍ଫାନ ବାତ୍ୟାର ଉଦ୍ଧାର କାର୍ଯ୍ୟରେ ନିୟୋଜିତ ହୋଇଥିବା ପଶ୍ଚିମବଙ୍ଗ ଫେରନ୍ତା କର୍ମଚାରୀ ଥିବା ଜଣାଯାଇଛି। ଆଜି ୧୯ଟି ଜିଲ୍ଲାରୁ ଏହିସବୁ ଆକ୍ରାନ୍ତ ଚିହ୍ନଟ ହୋଇଥିବା ଜଣାଯାଇଛି।
ଏବେ ରାଜ୍ୟରେ ମୋଟ୍ ୫୫୦୨ଜଣ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ସକ୍ରିୟ କରୋନା ସଂକ୍ରମିତଙ୍କ ସଂଖ୍ୟା ୨୫୬୭ ରହିଛି।
