ପୁଣି ୭୯ଜଣ କରୋନା ପଜିଟିଭ୍ ଚିହ୍ନଟ; ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୧୫୧୭କୁ ବୃଦ୍ଧି

ଭୁବନେଶ୍ୱର: ରାଜ୍ୟରେ ଆଜି ପୁଣି ୭୯ଜଣ କରୋନା ପଜିଟିଭ୍ ଚିହ୍ନଟ ହେବା ପରେ ଏବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୫୧୭କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏମାନଙ୍କ ଭିତରୁ ୭୧ ସଙ୍ଗରୋଧ କେନ୍ଦ୍ରର ଓ ୮ଜଣ ସ୍ଥାନୀୟ ବ୍ୟକ୍ତି ଥିବା ଜଣାଯାଇଛି।

ଆଜି ଚିହ୍ନଟ ହୋଇଥିବା କରୋନା ଆକ୍ରାନ୍ତଙ୍କ ମଧ୍ୟରୁ ଗଞ୍ଜାମରୁ ୫ଜଣ, ଯାଜପୁରରୁ ୨, ବାଲେଶ୍ୱରରୁ ୪, ଖୋର୍ଦ୍ଧାରୁ ୪, ପୁରୀରୁ ୪, କଟକରୁ ୧୬, କେନ୍ଦ୍ରାପଡାରୁ ୬, ନୟାଗଡରୁ ୩, ବଲାଙ୍ଗୀରରୁ ୧୪, ଅନୁଗୁଳରୁ ଜଣେ, କେନ୍ଦୁଝରରୁ ୮, ଢ଼େଙ୍କାନାଳରୁ ୩, କନ୍ଧମାଳରୁ ୭, ଝାରସୁଗୁଡା ଓ ସୋନପୁରରୁ ଜଣେ ଲେଖାଏଁ ଚିହ୍ନଟ ହୋଇଛନ୍ତି ।

Leave A Reply

Your email address will not be published.