ଭୁବନେଶ୍ୱର: ତୈଳ ଦର ବୃଦ୍ଧି ପ୍ରତିବାଦରେ ରାଜ୍ୟ କଂଗ୍ରେସ ପକ୍ଷରୁ ଆଜି ଭୁବନେଶ୍ୱର ମାଷ୍ଟରକ୍ୟାଂଟିନ୍ ଛକ ଠାରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ଏହାସହ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ କେନ୍ଦ୍ର ପେଟ୍ରୋଲିୟମ୍ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ କୁଶପୁତ୍ତଳିକା ଦାହ କରାଯାଇଥିଲା। କଂଗ୍ରେସ ପକ୍ଷରୁ ପ୍ରଧାନମନ୍ତ୍ରୀଙ୍କ ଓଡିଶା ଗସ୍ତକୁ ମଧ୍ୟ ବିରୋଧ କରାଯିବ ବୋଲି କୁହାଯାଇଛି । କଂଗ୍ରେସ କର୍ମକର୍ତାମାନେ ଟ୍ରଲି ଉପରେ ଗାଡି ରଖି ଟାଣି ଆଣିବାର ଦେଖାଯାଇଥିଲା । ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକଙ୍କ ନେତୃତ୍ୱରେ ଅନୁଷ୍ଠିତ ଏହି ବିକ୍ଷୋଭରେ ବହୁ ବରିଷ୍ଠ ନେତା ସାମିଲ ହୋଇଥିଲେ ।
