ଭୁବନେଶ୍ୱର : ଓଡ଼ିଶା ଗସ୍ତରେ ଆସନ୍ତା ମାସରେ ଆସୁଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଏହି ଅବସରରେ ସେ ଝାରସୁଗୁଡ଼ା ବିମାନବନ୍ଦରକୁ ଜାତି ଉଦ୍ଦେଶ୍ୟରେ ଲୋକାର୍ପିତ କରିବେ। ଏହାସହ ଓଡ଼ିଶାରେ ଉଡ଼ାନ୍ ଯୋଜନାର ସେ ଶୁଭାରମ୍ଭ କରିବେ ବୋଲି ସୂଚନା ମିଳିଛି।
ପ୍ରଧାନମନ୍ତ୍ରୀଙ୍କ ଏହି ଓଡ଼ିଶା ଗସ୍ତ ପୂର୍ବରୁ ଝାରସୁଗୁଡ଼ା ବିମାନବନ୍ଦରର ନାମ ସ୍ୱାଧୀନତା ସଂଗ୍ରାମୀ ବୀର ସୁରେନ୍ଦ୍ର ସାଏଙ୍କ ନାଁରେ ନାମିତ କରିବାକୁ ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ ଦାବି କରିଛନ୍ତି। ପ୍ରଧାନମନ୍ତ୍ରୀ ନୂଆଦିଲ୍ଲୀରୁ ଏହି ଘୋଷଣା କରିବା ପରେ ଓଡ଼ିଶା ଆସନ୍ତୁ ବୋଲି କହିଛନ୍ତି ନିରଞ୍ଜନ।
