ପୁଣି ୧୪ କରୋନା ପଜିଟିଭ୍ ଚିହ୍ନଟ; ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨୮୪କୁ ବୃଦ୍ଧି

ଭୁବନେଶ୍ୱର: ରାଜ୍ୟରେ ପୁଣି  ୧୪ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହା ଫଳରେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨୮୪କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏମାନଙ୍କ ଭିତରୁ ଗଞ୍ଜାମ ଜିଲ୍ଲାରୁ ୧୨, ସୁନ୍ଦରଗଡ଼ ଓ ଭଦ୍ରକ ଜିଲ୍ଲାରୁ ଜଣେ ଲେଖାଏଁ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି।

ଗଞ୍ଜାମ ଜିଲ୍ଲାରୁ ଆଜି ୧୨ଜଣ କରୋନା ପଜିଟିଭ୍ ଚିହ୍ନଟ ହେବା ପରେ ଜିଲ୍ଲାରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୮୩କୁ ବୃଦ୍ଧି ପାଇଛି। ଏମାନେ ସମସ୍ତେ ସକ୍ରିୟ ସଂକ୍ରମିତ ବୋଲି ଜଣାଯାଇଛି। ଏଣେ ସୁନ୍ଦରଗଡ଼ ଓ ଭଦ୍ରକ ଜିଲ୍ଲାରୁ ଜଣେ ଲେଖାଏଁ କରୋନା ପଜିଟିଭ୍ ଚିହ୍ନଟ ହେବା ପରେ ଏଠାରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ଯଥାକ୍ରମେ ୧୩ ଓ ୨୫ରେ ପହଞ୍ଚିଥିବା ଜଣାଯାଇଛି। ଏହା ଫଳରେ ରାଜ୍ୟରେ ସକ୍ରିୟ ସଂକ୍ରମିତଙ୍କ ସଂଖ୍ୟା ୨୧୯ ହୋଇଥିବା ବେଳେ ସୁସ୍ଥ ହୋଇ ଫେରିଛନ୍ତି ୬୩ ଜଣ।

Leave A Reply

Your email address will not be published.