ନୂଆଦିଲ୍ଲୀ : କେନ୍ଦ୍ର ଗୃହ ମନ୍ତ୍ରୀ ଅମିତ ଶାହା କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏ ସଂପର୍କରେ ସେ ନିଜେ ଟ୍ଵିଟ କରି ସୂଚନା ଦେଇଛନ୍ତି ।
कोरोना के शुरूआती लक्षण दिखने पर मैंने टेस्ट करवाया और रिपोर्ट पॉजिटिव आई है। मेरी तबीयत ठीक है परन्तु डॉक्टर्स की सलाह पर अस्पताल में भर्ती हो रहा हूँ। मेरा अनुरोध है कि आप में से जो भी लोग गत कुछ दिनों में मेरे संपर्क में आयें हैं, कृपया स्वयं को आइसोलेट कर अपनी जाँच करवाएं।
— Amit Shah (@AmitShah) August 2, 2020
ଟ୍ଵିଟରରେ ସେ ଲେଖିଛନ୍ତି ଯେ କରୋନାର ପ୍ରାରମ୍ଭିକ ଲକ୍ଷଣ ଦେଖାଯିବା ପରେ ସେ ଟେଷ୍ଟ କରିଥିଲେ । ଟେଷ୍ଟରୁ ସେ କରୋନା ପଜିଟିଭ ଥିବା ଜଣାପଡ଼ିଛି । ତେବେ ତାଙ୍କର ସ୍ୱାସ୍ଥ୍ୟାବସ୍ଥା ଠିକ ଅଛି, କିନ୍ତୁ ଡାକ୍ତରଙ୍କ ପରାମର୍ଶକ୍ରମେ ସେ ଡାକ୍ତରଖାନାରେ ଚିକିତ୍ସା ପାଇଁ ଭର୍ତ୍ତି ହୋଇଛନ୍ତି ।
ଗତ କିଛି ଦିନ ଧରି ତାଙ୍କ ସଂପର୍କରେ ଆସିଥିବା ଲୋକମାନେ ସଙ୍ଗରୋଧରେ ରହିବା ସହ ଟେଷ୍ଟ କରିବାକୁ ସେ ଅନୁରୋଧ କରିଛନ୍ତି ।
