ଭୁବନେଶ୍ୱର: ଖଣ୍ଡପଡ଼ା ବିଧାୟକ ସୌମ୍ୟରଞ୍ଜନ ପଟ୍ଟନାୟକ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ଏନେଇ ନିଜେ ସୌମ୍ୟରଞ୍ଜନ ଟ୍ୱିଟ୍ କରି ସୂଚନା ଦେଇଛନ୍ତି।
ମୁଁ ଆଜି କରୋନା ପଜିଟିଭ ହେଇଥିବା କଥା ଜଣା ପଡ଼ିଛି । ମୁଁ ସୁସ୍ଥ ଅଛି । ଗତ ସପ୍ତାହରେ ମୋ ସଂସ୍ପର୍ଶରେ ଆସିଥିବା ବନ୍ଧୁମାନଙ୍କୁ ଡାକ୍ତରୀ ପରାମର୍ଶ ନେବାପାଇଁ ଅନୁରୋଧ କରୁଛି ।
— Soumya Ranjan Patnaik (@SoumyaSambad) August 11, 2020
ସେ ଟ୍ୱିଟ୍ରେ ଉଲ୍ଲେଖ କରିଛନ୍ତି ଯେ, ଆଜି ରିପୋର୍ଟ ପଜିଟିଭ ଆସିଛି। ମୁଁ ସୁସ୍ଥ ଅଛି। ହେଲେ ମୋ ସଂସ୍ପର୍ଶରେ ଆସିଥିବା ବନ୍ଧୁମାନେ ଡାକ୍ତରଙ୍କ ପରାମର୍ଶ କରନ୍ତୁ।
