କଣ୍ଟିଲୋ ନୀଳମାଧଵ ପୀଠ ପରିଦର୍ଶନ କଲେ 5T ସଚିବ ଭି କେ ପାଣ୍ଡିଆନ; ଖୁବ ଶୀଘ୍ର ହେବ ମାଷ୍ଟର ପ୍ଲାନ ପ୍ରସ୍ତୁତ

ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦେଶ କ୍ରମେ 5T ସଚିବ ଶ୍ରୀ ଭି କେ ପାଣ୍ଡିଆନ ଆଜି କଣ୍ଟିଲୋ ନୀଳମାଧଵ ପୀଠ ପରିଦର୍ଶନରେ ଯାଇ ମହାପ୍ରଭୁଙ୍କ ଦର୍ଶନ କରିବା ସହ ପୀଠର ଉନ୍ନତି ସମ୍ପର୍କରେ ସ୍ଥାନୀୟ ଲୋକ ଓ ସେବାୟତମାନଙ୍କ ସହିତ ଆଲୋଚନା କରିଥିଲେ।

ନୟାଗଡ ଜିଲ୍ଲାର କଣ୍ଟିଲୋ ଏକ ପ୍ରସିଦ୍ଧ ଧାର୍ମିକ ପର୍ଯ୍ୟଟନ ସ୍ଥଳୀ. ମହାନଦୀ କୂଳରେ ନୀଳମାଧଵ ପୀଠର ଶୋଭା ଅତ୍ୟନ୍ତ ମନୋରମ। 5T କାର୍ଯ୍ୟକ୍ରମ ରେ ଏହି ପୀଠର ବିକାଶ କରି ଅଧିକ ପର୍ଯ୍ୟଟକଙ୍କୁ ସେଠାକୁ କିପରି ଆକୃଷ୍ଟ କରାଯାଇପାରିବ, ସେ ସମ୍ପର୍କରେ ସରକାର ପଦକ୍ଷେପ ନେଉଛନ୍ତି।

ଏହା ସହିତ ଏଠାକୁ ଆସୁଥିବା ଭକ୍ତମାନଙ୍କ ସୁବିଧା ପାଇଁ ମଧ୍ୟ ବିଭିନ୍ନ ସୁବିଧା ସୁଯୋଗର ବିକାଶ କରାଯିବ। ଏଥି ନିମନ୍ତେ ଖୁବ ଶୀଘ୍ର ଏକ ମାଷ୍ଟର ପ୍ଲାନ କରାଯାଇ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ ନିମନ୍ତେ ଉପସ୍ଥାପନ କରାଯିବ ବୋଲି ଜଣା ଯାଇଛି।

ଏଥି ପାଇଁ ପୂର୍ତ୍ତ ବିଭାଗକୁ ଦାଇତ୍ୱ ଦିଆଯାଇଛି। ଏହି କାର୍ଯ୍ୟକ୍ରମର ସଫଳ କାର୍ଯ୍ୟକାରିତା ପାଇଁ ସମସ୍ତଙ୍କ ସହଯୋଗ କାମନା କରାଯାଇଥିଲା।

ଏହି ପରଦର୍ଶନ ସମୟରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଶ୍ରୀ ବି.ବି ଯାଦବ, ନୟାଗଡ ଜିଲ୍ଲାପାଳ ଓ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ।

Leave A Reply

Your email address will not be published.