ଗଣତନ୍ତ୍ର ଦିବସ: ପତାକା ଉତୋଳନ କଲେ ରାଷ୍ଟ୍ରପତି

ନୂଆଦିଲ୍ଲୀ: ଆଜି ୭୧ତମ ସାଧାରଣତନ୍ତ୍ର ଦିବସ ପାଳନ ଅବସରରେ ଜାତୀୟ ରାଜଧାନୀ ଦିଲ୍ଲୀର ରାଜପଥରେ ରାଷ୍ଟ୍ରପତି ରାମନାଥ କୋବିନ୍ଦ ଜାତୀୟ ପତାକା ଉତୋଳନ କରି ପରେଡ୍‌ରେ ଅଭିବାଦନ ଗ୍ରହଣ କରିଛନ୍ତି।

ଏହି ରାଷ୍ଟ୍ରୀୟ ଉତ୍ସବର ମୁଖ୍ୟ ଅତିଥି ବ୍ରାଜିଲ୍‌ର ରାଷ୍ଟ୍ରପତି ଜାଇର୍‌ ବୋଲ୍‌ଜୋନାରୋଙ୍କ ସହ ଭାରତର ରାଷ୍ଟ୍ରପତି ରାମନାଥ କୋବିନ୍ଦ ରାଜପଥରେ ପହଂଚିବା ପରେ ତିନି ପ୍ରତିରକ୍ଷା ବଳ ସେମାନଙ୍କୁ ସ୍ୱାଗତ ଜଣାଇ ରାଷ୍ଟ୍ରପତିଙ୍କ ଆସନ ନିକଟକୁ ପାଛୋଟି ନେଇଥିଲେ।

ସେଠାରେ ଉପସ୍ଥିତ ଅନ୍ୟ ଗଣ୍ୟମାନ୍ୟ ବ୍ୟକ୍ତିଙ୍କ ମଧ୍ୟରେ ଥିଲେ ପ୍ରଧାନମନ୍ତ୍ରୀ ମୋଦୀ ଏବଂ ଉପରାଷ୍ଟ୍ରପତି ଭେଙ୍କୟା ନାଇଡୁ।

ରାଷ୍ଟ୍ରପତି ଜାତୀୟ ପତାକା ଉତୋଳନ କରିବା ପରେ ଜାତୀୟ ସଙ୍ଗୀତ ଗାନ ସହ ୨୧ଟି ତୋପ ସଲାମୀ ଦିଆଯାଇଥିଲା। ପରେ ପରେ ଆକାଶରୁ ଏମ୍‌ଆଇ-୧୭ ଭି-୫ ହେଲିକପ୍ଟର୍‌ ସବୁ ରାଜପଥରେ ପୁଷ୍ପ ବୃଷ୍ଟି କରିଥିଲେ।

Comments (0)
Add Comment