ଆଜି ରାଜ୍ୟରେ କରୋନାରେ ଆଉ ୯ଜଣଙ୍କର ମୃତ୍ୟୁ

ଭୁବନେଶ୍ୱର: ରାଜ୍ୟରେ ଆଉ ୯ ମୁଣ୍ଡ ନେଲା କରୋନା। ଫଳରେ ରାଜ୍ୟରେ ସମୁଦାୟ କରୋନାଜନିତ ମୃତ୍ୟୁ ସଂଖ୍ୟା ୨୨୫ରେ ପହଞ୍ଚି ଯାଇଛି। ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।


୯ ମୃତକଙ୍କ ମଧ୍ୟରୁ ଗଞ୍ଜାମ ଜିଲ୍ଲାରୁ ୫, ଗଜପତି, କେନ୍ଦୁଝର, ଖୋର୍ଦ୍ଧା ଓ ସୁନ୍ଦରଗଡ଼ ଜିଲ୍ଲାରୁ ଜଣେ ଲେଖାଏଁ ପ୍ରାଣ ହରାଇଛନ୍ତି। କେନ୍ଦୁଝର ଜିଲ୍ଲାରେ ପ୍ରଥମ କରୋନା ମୃତ୍ୟୁ ହୋଇଥିବା ବେଳେ ଗଞ୍ଜାମ ଜିଲ୍ଲାରେ ଏହି ସଂଖ୍ୟା ୧୧୭ ଛୁଇଁଛି। ଏହାବ୍ୟତୀତ ଗଜପତିରେ ୧୪, ଖୋର୍ଦ୍ଧାରେ ୩୧,ସୁନ୍ଦରଗଡ଼ରେ ୧୧ରେ ଏହି ସଂଖ୍ୟା ପହଞ୍ଚିଛି।

Comments (0)
Add Comment