କୁଏତ୍ ଅଗ୍ନିକାଣ୍ଡରେ ପ୍ରାଣ ହରାଇଥିବା ୨ ଓଡ଼ିଆ ପରିବାରବର୍ଗଙ୍କ ପାଇଁ ୪ଲକ୍ଷ ଟଙ୍କାର ଅନୁକମ୍ପା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବରରେ ପହଞ୍ଚିଲା କୁଏତ୍ ଅଗ୍ନିକାଣ୍ଡରେ ମୃତ ଦୁଇ ଓଡ଼ିଆଙ୍କ ମର ଶରୀର। ସ୍ବତନ୍ତ୍ର ବିମାନ ଯୋଗେ ମୃତ ମହମ୍ମଦ ଜହୁର ଓ ସନ୍ତୋଷ ଗୌଡ଼ଙ୍କର ମର ଶରୀର ପହଞ୍ଚିଛି। ଏହି ଅବସରରେ ଶେଷ ଦର୍ଶନ କରିଛନ୍ତି ଓଡ଼ିଶାର ଦୁଇ ଉପ ମୁଖ୍ୟମନ୍ତ୍ରୀ କେ ଭି ସିଂହଦେଓଏବଂ ପ୍ରଭାତୀ ପରିଡ଼ା ଓ କ୍ୟାବିନେଟ୍ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ।

ଏତଦବ୍ୟତୀତ ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ, ଆସିକା ସାଂସଦ ଅନୀତା ଶୁଭଦର୍ଶିନୀ ଓ କାମଚଳା ବାଚସ୍ପତି ରଣେନ୍ଦ୍ର ପ୍ରତାପ ସ୍ବାଇଁ ମଧ୍ୟ ଶେଷ ଦର୍ଶନ କରିଛନ୍ତି।

ରାଜ୍ୟ ସରକାରଙ୍କ ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍ ପାଣ୍ଠିରୁ ଉଭୟଙ୍କ ପରିବାରର ନିକଟତମ ସଂପର୍କୀୟଙ୍କୁ ୪ ଲକ୍ଷର ଅନୁକମ୍ପା ରାଶି ଦିଆଯିବା ନେଇ ଘୋଷଣା କରାଯାଇଛି। ଏନେଇ ସୂଚନା ଦେଇଛନ୍ତି ଦୁଇ ଉପ ମୁଖ୍ୟମନ୍ତ୍ରୀ କେ ଭି ସିଂହଦେଓ ଏବଂ ପ୍ରଭାତୀ ପରିଡ଼ା।

ଗତକାଲି ବାୟୁସେନାର ହର୍କ୍ୟୁଲସ୍ ବିମାନରେ ଭାରତର ୪୫ ଜଣ ମୃତକଙ୍କ ପାର୍ଥିବ ଶରୀରକୁ ଭାରତ ଅଣାଯାଇଥିଲା ଓଡ଼ିଆ ସ୍ପଷ୍ଟ ନୁ୍ୟଜ। କୋଚି ବିମାନ ବନ୍ଦରରୁ ଆଜି ଜନ୍ମମାଟିକୁ ପଠାଯାଉଛି।

Chief Minister announces Rs 4 lakhs for families of 2 Odia who lost their lives in Kuwait fire
Comments (0)
Add Comment