ଭଦ୍ରକ ଜିଲ୍ଲାର ବାବୁଲି ବାରିକଙ୍କୁ ତୁରନ୍ତ ଚିକିତ୍ସା ସହାୟତା ଯୋଗାଇ ଦେବା ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ଭଦ୍ରକ ଜିଲ୍ଲାର ବାବୁଲି ବାରିକଙ୍କୁ ତୁରନ୍ତ ଚିକିତ୍ସା ସହାୟତା ଯୋଗାଇ ଦେବା ପାଇଁ ଭଦ୍ରକ ଜିଲା ପ୍ରଶାସନକୁ ନିର୍ଦ୍ଦେଶ ଦେଇଛନ୍ତି।

ଭଦ୍ରକ ଜିଲ୍ଲା ଚାନ୍ଦବାଲି ମାଧପୁର ଗ୍ରାମର ୧୪ ବର୍ଷର ବାଳକ ବାବୁଲି ବାରିକ ସ୍ନାୟୁଗତ ଜଟିଳ ରୋଗରେ ପୀଡ଼ିତ ଅଛନ୍ତି । ଗରିବ ପରିବାରର ବାବୁଲି ଅର୍ଥାଭାବରୁ ଚିକିତ୍ସିତ ହୋଇପାରୁ ନ ଥିଲେ।

ଏ ବିଷୟରେ ମୁଖ୍ୟମନ୍ତ୍ରୀ ବିଭିନ୍ନ ସାମାଜିକ ଗଣମାଧ୍ୟମ ଏବଂ ଅନ୍ୟ ଗଣମାଧ୍ୟମରୁ ଅବଗତ ହେବା ପରେ ଜିଲା ପ୍ରଶାସନକୁ ବାବୁଲିଙ୍କୁ ତୁରନ୍ତ ଚିକିତ୍ସା ସହାୟତା ଯୋଗାଇ ଦେବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି । ଏଥିସହିତ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ତାଙ୍କ ପରିବାରକୁ ୩୦ ହଜାର ଟଙ୍କାର ଆର୍ଥିକ ସହାୟତା ଯୋଗାଇବାକୁ ନିର୍ଦ୍ଦେଶ ଦେଇଛନ୍ତି।

ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶକ୍ରମେ ଏକ ଡାକ୍ତରୀ ଦଳ ବାବୁଲିଙ୍କ ଗ୍ରାମରେ ପହଞ୍ଚି ତାଙ୍କ ସ୍ବାସ୍ଥ୍ୟ ପରୀକ୍ଷା କରିଛନ୍ତି । ଏହା ପରେ ପରବର୍ତ୍ତୀ ଚିକିତ୍ସା ପାଇଁ ତାଙ୍କ କଟକ ଏସ୍‌ସିବି ମେଡିକାଲକୁ ନେବା ପାଇଁ ବ୍ୟବସ୍ଥା କରାଯାଇଛି। ଜିଲା ପ୍ରଶାସନ ବାବୁଲିଙ୍କ ପରିବାରକୁ ସମସ୍ତ ଆନୁଷଙ୍ଗିକ ସହାୟତା ପ୍ରଦାନ କରିବାକୁ ଯୋଗାଯୋଗରେ ଅଛନ୍ତି।

Chief Minister's order to provide immediate medical assistance to Babuli Barik of Bhadrak district
Comments (0)
Add Comment