ଭୁବନେଶ୍ୱର: ଇଟାଲୀର ନାପୋଲିରେ ଚାଲିଥିବା ୩୦ତମ ବିଶ୍ୱବିଦ୍ୟାଳୟ କ୍ରୀଡ଼ାରେ ଓଡ଼ିଆ ଧାବିକା ଦୂତୀ ଚାନ୍ଦ ପୁଣି ଏକ ସଫଳତା ସାଉଁଟିଛନ୍ତି । ସେଠାରେ ଚାଲିଥିବା କ୍ରୀଡ଼ାରେ ଦୂତି ୧୦୦ ମିଟର ଦୌଡ଼ରେ ପ୍ରଥମ ସ୍ଥାନ ହାସଲ କରି ସ୍ୱର୍ଣ୍ଣ ପଦକ ଜିତିଛନ୍ତି । ଏହା ସହିତ ଦୂତି ଇତିହାସ ମଧ୍ୟ ରଚିଛନ୍ତି । ବିଶ୍ୱବିଦ୍ୟାଳୟ କ୍ରୀଡ଼ାରେ ୧୦୦ ମିଟରରେ ସ୍ୱର୍ଣ୍ଣ ପଦକ ହାସଲ କରିବାରେ ସେ ହେଉଛନ୍ତି ପ୍ରଥମ ଭାରତୀୟ ।
ଦୂତୀ ୧୧.୩୨ ସେକେଣ୍ଡରେ ୧୦୦ ମିଟର ଅତିକ୍ରମ କରିଥିଲେ । ଏହି ଦୂରତାକୁ ୧୧.୩୩ ସେକେଣ୍ଡରେ ଅତିକ୍ରମ କରି ସ୍ୱିଜରଲ୍ୟାଣ୍ଡର ଆଜ୍ଲା ଡେଲ୍ ପୋଣ୍ଟେକୁ ପଛରେ ପକାଇଥିଲେ । ପୋଣ୍ଟେ ଦ୍ୱିତୀୟ ସ୍ଥାନରେ ରହି ରୌପ୍ୟ ପଦକ ହାସଲ କରିଥିଲେ । ଦୂତୀ ସେମି ଫାଇନାଲ୍ରେ ୧୧.୪୧ ସେକେଣ୍ଡରେ ୧୦୦ ମିଟର ଦୂରତା ଅତିକ୍ରମ କରି ଫାଇନାଲ୍ ରାଉଣ୍ଡରେ ପ୍ରବେଶ କରିଥିଲେ । ଚଳିତ ସଂସ୍କରଣରେ ଏହା ହେଉଛି ଭାରତର ପ୍ରଥମ ସ୍ୱର୍ଣ୍ଣ ପଦକ ।
Congratulations @DuteeChand for winning the 100m sprint at the Universiade, the World University Games, in Naples. This is India’s first such gold and a moment of immense pride for our country. Please keep up the effort, and look to greater glory at the Olympics #PresidentKovind
— President of India (@rashtrapatibhvn) July 10, 2019
ରାଷ୍ଟ୍ରପତି ରାମନାଥ କୋବିନ୍ଦ ମଧ୍ୟ ଟ୍ୱିଟ୍ କରି ଦୂତିଙ୍କୁ ଶୁଭେଚ୍ଛା ଜଣାଇଛନ୍ତି । ରାଷ୍ଟ୍ରପତି କହିଛନ୍ତି, ଏହା ଦେଶ ପାଇଁ ବହୁତ ଗର୍ବର କଥା । ଏହିଭଳି ଉଭ୍ୟମ ଜାରି ରଖ ଓ ଅଲିମ୍ପିକ୍ସରେ ଏହି ସଫଳତାକୁ ଦୋହରାଇବାକୁ ଲକ୍ଷ୍ୟ ରଖ ବୋଲି ପରାମର୍ଶ ଦେଇଛନ୍ତି ।