୧୩ରୁ ୧୦ ଜିଲ୍ଲାରେ ପ୍ରବଳ ବର୍ଷିବ !

ଭୁବନେଶ୍ୱର : ଉତର- ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ୱେଲମାର୍କଡ ଲୋପ୍ରେସର ଦୁର୍ବଳ ହୋଇଥିଲେ ମଧ୍ୟ ଏହାର ଆଂଶିକ ପ୍ରଭାବରେ ପଶ୍ଚିମ ଓ ଦକ୍ଷିଣ ଓଡ଼ିଶାର ୫ଟି ଜିଲ୍ଲାରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି । ଏହି ଜିଲ୍ଲାଗୁଡ଼ିକ ହେଲା ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ନୂଆପଡ଼ା ଓ ବରଗଡ଼ । ତେବେ ଆସନ୍ତା ୧୩ ତାରିଖରେ ଉତର- ପଶ୍ଚିମ ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି । ତେବେ ଏହା ସ୍ପଷ୍ଟ ହୋଇନାହିଁ । ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କାର୍ଯ୍ୟାଳୟର ପୂର୍ବାନୁମାନ ଅନୁଯାୟୀ ଆସନ୍ତା ୧୨ ତାରିଖ ମଧ୍ୟରାତ୍ରରୁ ୧୦ଟି ଜିଲ୍ଲାରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି । ଏହି ଜିଲ୍ଲାଗୁଡ଼ିକ ହେଲା ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, କେନ୍ଦ୍ରାପଡ଼ା, ଜଗତସିଂହପୁର, ଯାଜପୁର, ଭଦ୍ରକ, କଟକ ଓ ପୁରୀ । ଆସନ୍ତାକାଲି ରାଜ୍ୟର ବିଭିନ୍ନ ଜିଲ୍ଲାରେ ପାଗ ମେଘୁଆ ରହିବ । ଉପକୂଳ ଓ ଉତର ଓଡ଼ିଶାରେ ବର୍ଷା ସମ୍ଭାବନା ନାହିଁ ବୋଲି ପାଣିପାଗ ବିଭାଗ ସ୍ପଷ୍ଟ କରିଛି ।

୧୩ ତାରିଖରେ ଉତର- ପଶ୍ଚିମ ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା

ପଶ୍ଚିମ ଓ ଦକ୍ଷିଣ ଓଡ଼ିଶାର ୫ଟି ଜିଲ୍ଲାରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି

ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ନୂଆପଡ଼ା ଓ ବରଗଡ଼ ପ୍ରବଳ ବର୍ଷାର ସମ୍ଭାବନା

୧୨ ତାରିଖ ମଧ୍ୟରାତ୍ରରୁ ୧୦ଟି ଜିଲ୍ଲାରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି

ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, କେନ୍ଦ୍ରାପଡ଼ା, ଜଗତସିଂହପୁର, ଯାଜପୁର, ଭଦ୍ରକ, କଟକ ଓ ପୁରୀ ।

Comments (0)
Add Comment