ହୀରାକୁଦ ଡ୍ୟାମ୍‌ର ଆଉ ୭ଟି ଗେଟ୍ ଖୋଲିଲା

ସମ୍ବଲପୁର : ହୀରାକୁଦ ଡ୍ୟାମ୍‌ର ଆଉ ୭ଟି ଗେଟ୍ ଖୋଲାଯାଇଛି। ଗତକାଲି ୭ଟି ଗେଟ୍ ଦେଇ ଜଳ ନିଷ୍କାସନ ହେଉଥିବା ବେଳେ ଆଜି ଆଉ ୭ଟି ଗେଟ୍ ଖୋଲାଯାଇଛି। ହୀରାକୁଦ ଜଳଭଣ୍ଡାରରେ ବର୍ତ୍ତମାନ ଜଳସ୍ତର ୬୨୦. ୮୭ ମିଟର ରହିଛି।

ମହାନଦୀର ଉପମୁଣ୍ଡରେ ବର୍ଷାର ପରିମାଣ ବଢିଥିବାରୁ ଇବ୍ ନଦୀରେ ବର୍ଷା ପାଣି ଆସି ହୀରାକୁଦ ଜଳଭଣ୍ଡାର ଭିତରକୁ ପ୍ରବେଶ କରୁଛି। ଆଜି  ସକାଳ ସାଢ଼େ ୯ଟା ସୁଦ୍ଧା ହୀରାକୁଦ ଜଳଭଣ୍ଡାରକୁ ୧ ଲକ୍ଷ ୭୫ ହଜାର କ୍ୟୁସେକ୍ ଜଳ ପ୍ରବେଶ କରିଛି। ସେହିପରି ଏଠାରୁ ୨ ଲକ୍ଷ ୩୭ ହଜାର ୯୧୦ ଘନଫୁଟ୍  କ୍ୟୁସେକ୍‌ ଜଳ ନିଷ୍କାସନ ହେଉଛି।

ହୀରାକୁଦ ଜଳଭଣ୍ଡାରର ୧୪ଟି ଗେଟ୍ ଖୋଲିବା ପରେ କଟକ ମୁଣ୍ଡଳିରେ ସର୍ବାଧିକ ୪ ଲକ୍ଷ କ୍ୟୁସେକ୍‌ ଜଳ ନିଷ୍କାସନ ହେବ ବୋଲି କହିଛନ୍ତି ଡ୍ୟାମ୍‌ କର୍ତ୍ତୃପକ୍ଷ।

Comments (0)
Add Comment