ଭୁବନେଶ୍ବର : ଖୁବଶୀଘ୍ର ଦିଲ୍ଲୀ ଏମ୍ସରୁ ଡିସଚାର୍ଜ ହେବେ ଜଗା କାଳିଆ । ଡିସଚାର୍ଜ ପ୍ରସଙ୍ଗରେ ଆଲୋଚନା ପାଇଁ ଆସନ୍ତାକାଲି ଦିଲ୍ଲୀ ଯିବେ ସ୍ବାସ୍ଥ୍ୟମନ୍ତ୍ରୀ ପ୍ରତାପ ଜେନା । ସ୍ବାସ୍ଥ୍ୟମନ୍ତ୍ରୀଙ୍କ ସହ ୫ଜଣିଆ ଡାକ୍ତରୀ ଟିମ୍ ଦିଲ୍ଲୀ ଯିବେ । ସେଠାରେ ଏମ୍ସ କର୍ତ୍ତୃପକ୍ଷଙ୍କ ସହ ଆଲୋଚନା କରିବେ । ଆଲୋଚନା ପରେ ଡିସଚାର୍ଜ ନେଇ ନିଷ୍ପତ୍ତି ନିଆଯିବ । କନ୍ଧମାଳର ଯୋଡାମୁଣ୍ଡ ଶିଶୁ ଜଗା ଓ କାଳିଆ ଗତବର୍ଷ ଜୁଲାଇ ୧୫ ତାରିଖରେ ଦିଲ୍ଲୀ ଏମ୍ସରେ ଭର୍ତ୍ତି ହୋଇଥିଲେ । ସଫଳ ଅସ୍ତ୍ରୋପଚାର ପରେ ଦୁଇ ଶିଶୁଙ୍କ ମୁଣ୍ଡ ଅଲଗା କରାଯାଇଥିଲା । ସେମାନେ ସମ୍ପୂର୍ଣ୍ଣ ସୁସ୍ଥ ହେବା ପରେ ଡିସଚାର୍ଜ ପାଇଁ ପ୍ରକ୍ରିୟା ଆରମ୍ଭ ହୋଇଛି ।