ଭୁବନେଶ୍ୱର : ରାଜ୍ୟ ସଭା ଉପାଧ୍ୟକ୍ଷ ନିର୍ବାଚନରେ ଏନଡିଏକୁ ସମର୍ଥନ ଦେବ ବିଜେଡି । ଏନଡିଏ ପକ୍ଷରୁ ପ୍ରାର୍ଥୀ ହୋଇଥିବା ଜେଡିୟୁ ସାଂସଦ ହରିବଂଶ ନାରାୟଣ ସିଂହଙ୍କୁ ଭୋଟ ଦେବେ ବିଜେଡି ସାଂସଦ । ଏନେଇ ଆଜି ସ୍ପଷ୍ଟ କରିଛନ୍ତି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ । ମୁମ୍ବାରୁ ଫେରି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି ବିଜେଡି ଏନଡିଏ ପ୍ରାର୍ଥୀଙ୍କୁ ସମର୍ଥନ କରିବ । ଏହା ସହ ମୁଖ୍ୟମନ୍ତ୍ରୀ ଗଣମାଧ୍ୟମକୁ ସୂଚନା ଦେଇଛନ୍ତି ଯେ,ଏନଡିଏ ପ୍ରାର୍ଥୀଙ୍କ ସଂପର୍କରେ ବିଜେପିର ରାଷ୍ଟ୍ରିୟ ଅଧ୍ୟକ୍ଷ ଅମିତ ଶାହ,କେନ୍ଦ୍ରମନ୍ତ୍ରୀ ରାଜନାଥ ସିଂହ ଓ ଜେଡିୟୁ ମୁଖ୍ୟ ନୀତିଶ କୁମାର ତାଙ୍କ ସହ କଥା ହୋଇଥିଲେ । ଏମିତିକି ପ୍ରଧାମନ୍ତ୍ରୀ ନରେନ୍ଦ୍ର ମୋଦି ମଧ୍ୟ ଆଲୋଚନା କରିଥିଲେ । ତେଣୁ ଆସନ୍ତା କାଲି ରାଜ୍ୟସଭା ଉପାଧ୍ୟକ୍ଷ ନିର୍ବାଚନରେ ବିଜେଡି ଏନଡିଏ ପ୍ରାର୍ଥୀଙ୍କୁ ସମର୍ଥନ ଦେବ ବୋଲି ଗଣମାଧ୍ୟମରେ ସୂଚନା ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।
ରାଜ୍ୟ ସଭା ଉପାଧ୍ୟକ୍ଷ ନିର୍ବାଚନରେ ଏନଡିଏକୁ ସମର୍ଥନ ଦେବ ବିଜେଡି
ଜେଡିୟୁ ସାଂସଦ ହରିବଂଶ ନାରାୟଣ ସିଂହଙ୍କୁ ଭୋଟ ଦେବେ ବିଜେଡି ସାଂସଦ
ଏନେଇ ସ୍ପଷ୍ଟ କରିଛନ୍ତି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ