ତେବେ କୋଭିଡ କଟକଣା ଭିତରେ ପରେଡ ଆୟୋଜିତ ହୋଇଥିବାରୁ ପ୍ରତିବର୍ଷ ପରେଡ ଦେଖିବା ପାଇଁ ଆସୁଥିବା ସାଧାରଣ ଲୋକଙ୍କୁ ଏଥର ବାରଣ କରାଯାଇଛି । ସାଧାରଣତନ୍ତ୍ର ଦିବସ ପାଇଁ ଆୟୋଜିତ ପରେଡ୍ରେ ୧୪ଟି ଟ୍ରୁପ୍ ଭାଗ ନେଇଥିବା ବେଳେ ପରେଡ୍ର ନେତୃତ୍ବ ନେଇଛନ୍ତି କେସିଙ୍ଗା ଏସ୍ଡିପିଓ ଏସ୍ ସୁଶ୍ରୀ। ପରେଡ ପାଇଁ କମିସନରେଟ ପୁଲିସ ପକ୍ଷରୁ ବ୍ୟାପକ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି । ପରେଡ୍ ସ୍ଥଳରେ ୨୫ ପ୍ଲାଟୁନ୍ ଫୋର୍ସ ମୁତୟନ ହୋଇଛନ୍ତି । ପରେଡ଼ ସ୍ଥଳରେ ଚାରିପଟ ଓ ଆଖପାଖ ଅଂଚଳ ସିସିଟିଭି ନିୟନ୍ତ୍ରଣରେ ରହିଛି । ସେହିପରି ଟ୍ରାଫିକ ପକ୍ଷରୁ ଯାନବାହାନ ଚଳାଚଳ ଲାଗି ସ୍ୱତନ୍ତ୍ର ବ୍ୟବସ୍ଥା କରାଯାଇଛି । ପରେଡ ସମୟରେ ପରେଡ ସ୍ଥଳକୁ ସଂଯୋଗ କରୁଥିବା ସମସ୍ତ ରାସ୍ତାକୁ ସିଲ କରି ଦିଆଯାଇଥିଲା ।