ଓଡ଼ିଆ ନବବର୍ଷ ତଥା ମହାବିଷୁବ ସଂକ୍ରାନ୍ତିର ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ ଓ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

ଭୁବନେଶ୍ୱର:  ଓଡ଼ିଆ ନବ ବର୍ଷ ତଥା ମହାବିଷୁବ ସଂକ୍ରାନ୍ତି ଅବସରରେ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓଡ଼ିଶାବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି।


ମୋଦି ଟୁଇଟ୍ ଯୋଗେ ଶୁଭେଚ୍ଛା ଜଣାଇ ଲେଖିଛନ୍ତି,‘ ଓଡ଼ିଶାବାସୀଙ୍କୁ ଓଡ଼ିଆ ନବବର୍ଷ ଅବସରରେ ହାର୍ଦ୍ଦିକ ଶୁଭକାମନା । ମହାବିଷୁବ ପଣା ସଂକ୍ରାନ୍ତି ଅବସରରେ ଅଭିନନ୍ଦନ। ବର୍ଷ ସାରା ଖୁସି ଓ ଉତମ ସ୍ୱାସ୍ଥ୍ୟ ପାଇଁ ପ୍ରାର୍ଥନା।’

ସେହିପରି କେନ୍ଦ୍ର ପେଟ୍ରାଲିୟମ୍ ଓ ପ୍ରାକୃତିକ ଗ୍ୟାସ୍ ଏବଂ କୋଇଲା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମଧ୍ୟ ଓଡ଼ିଆ ନବବର୍ଷ ତଥା ମହାବିଷୁବ ସଂକ୍ରାନ୍ତିର ଅଭିନନ୍ଦନ ଜଣାଇଛନ୍ତି। ସେ ନିଜର ଟୁଇଟ୍ ଯୋଗେ ଶୁଭେଚ୍ଛା ଜଣାଇ ଲେଖିଛନ୍ତି,‘ ଓଡ଼ିଆ ନବବର୍ଷ ତଥା ମହାବିଷୁବ ସଂକ୍ରାନ୍ତି ଅବସରରେ ହାର୍ଦ୍ଦିକ ଅଭିନନ୍ଦନ।’

Comments (0)
Add Comment