ବରିଷ୍ଠ ବିଜେପି ନେତା ଅଶୋକ ସାହୁଙ୍କ ପରଲୋକ

ଭୁବନେଶ୍ୱର : ବରିଷ୍ଠ ବିଜେପି ନେତା ତଥା ଅବସରପ୍ରାପ୍ତ ଆଇପିଏସ୍‌ ଅଫିସର ଅଶୋକ ସାହୁଙ୍କ ପରଲୋକ ହୋଇଯାଇଛି। କଟକ ପିଠାପୁରସ୍ଥିତ ବାସଭବନରେ ସେ ଶେଷ ନିଃଶ୍ୱାସ ତ୍ୟାଗ କରିଛନ୍ତି। ମୃତ୍ୟୁ ବେଳକୁ ତାଙ୍କୁ ୬୮ ବର୍ଷ ହୋଇଥିଲା।


ଅସୁସ୍ଥତା ଯୋଗୁଁ ତାଙ୍କର ପରଲୋକ ହୋଇଥିବା ନେଇ ପରିବାର ପକ୍ଷରୁ ସୂଚନା ଦିଆଯାଇଛି। ଆସାମର ଅତିରିକ୍ତ ପୋଲିସ ଡିଜି ପଦବୀରୁ ସ୍ୱେଚ୍ଛାକୃତ ଅବସର ନେଇ ରାଜନୀତିରେ ପାଦ ଥାପିଥିଲେ ଅଶୋକ ସାହୁ।

ଶ୍ରୀ ସାହୁଙ୍କ ପରଲୋକରେ କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଟ୍ୱିଟ୍ କରି ଶୋକ ପ୍ରକାଶ କରିଛନ୍ତି। ଏହା ସହିତ ତାଙ୍କ ଶୋକସନ୍ତପ୍ତ ପରିବାର ବର୍ଗଙ୍କୁ ସମବେଦନା ଜଣାଇଛନ୍ତି।

Leave A Reply

Your email address will not be published.