ବିପ୍ଲବୀ କବି ରବି ସିଂଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀଙ୍କ ଶୋକ

କବି ରବି ସିଂଙ୍କ ଶେଷକୃତ୍ୟ ରାଷ୍ଟ୍ରୀୟ ମର୍ଯ୍ୟାଦା ସହ କରାଯିବ

ଭୁବନେଶ୍ବର: ବିପ୍ଲବୀ କବି ରବି ସିଂଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୋକ ପ୍ରକାଶ କରିଛନ୍ତି। ଏହା ସହିତ ରାଜ୍ୟ ସମ୍ମାନ ସହିତ ତାଙ୍କର ଶେଷକୃତ୍ୟ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି ।

ସେ ଜଣେ ପ୍ରତିଭା ସମ୍ପନ୍ନ କବି, ପ୍ରଖ୍ୟାତ ଲେଖକ, ସଚ୍ଚା ଦେଶପ୍ରେମୀ ଥିଲେ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି । ତାଙ୍କର ଦେହାନ୍ତ ଆଧୁନିକ ଓଡିଆ ସାହିତ୍ୟ ପାଇଁ ଏକ ଶୂନ୍ୟସ୍ଥାନ ରହିବ। ମୁଖ୍ୟମନ୍ତ୍ରୀ ଗଭୀର ଦୁଃଖ ପ୍ରକାଶ କରିବା ସହିତ ପରିବାରବର୍ଗକୁ ସମବେଦନା ଜଣାଇଛନ୍ତି। ତାଙ୍କର ସବୁ ଲେଖାରେ ସମାଜବାଦ, ମାନବ ଅଧିକାର, ସମାନତା ରହିଥାଏ ବୋଲି ସେ କହିଛନ୍ତି।

ମୁଖ୍ୟମନ୍ତ୍ରୀ ଟ୍ୱିଟରରେ ଲେଖିଛନ୍ତି, ‘ବିପ୍ଳବୀ କବି ରବି ସିଂଙ୍କ ଦେହାନ୍ତ ବିଷୟରେ ଜାଣି ମୁଁ ଦୁଃଖିତ। ଓଡ଼ିଆ ସାହିତ୍ୟ ଜଗତକୁ ସମୃଦ୍ଧ କରିଥିବା ତାଙ୍କ କ୍ରାନ୍ତିକାରୀ ରଚନା ତାଙ୍କୁ ସର୍ବଦା ସ୍ମରଣୀୟ କରି ରଖିବ। ତାଙ୍କ ଅମର ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାରବର୍ଗଙ୍କ ପ୍ରତି ମୋର ସମବେଦନା ଜଣାଉଛି।’

Leave A Reply

Your email address will not be published.