ମାଡି ଆସୁଛି ବାତ୍ୟା ଥୋପେଇ ଜାଣନ୍ତୁ ଓଡିଶାର କେଉଁ ଜିଲ୍ଲାରେ ପ୍ରବଳ ବର୍ଷିବ

ଭୁବନେଶ୍ୱର : ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଡିପ୍‌ ଡିପ୍ରେସନ୍‌ରେ ପରିଣତ ହୋଇଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଏହା ଘୂର୍ଣ୍ଣିଝଡ଼ର ରୂପ ନେବାର ସମ୍ଭାବନା ରହିଛି। ବର୍ତ୍ତମାନ ଝଡ଼ବାତ୍ୟାଟି ଗଭୀର ଅବପାତ ରୂପରେ ରହିଛି। ଆସନ୍ତା ଶନିବାର ସକାଳ ସୁଦ୍ଧା ଗଭୀର ଅବପାତ ଘୂର୍ଣ୍ଣିଝଡ଼ର ରୂପ ନେଇପାରେ। ଏହି ବାତ୍ୟାର ନାମ ପେଥାଇ ରହିବ। ଏହି ନାମଟି ଥାଇଲ୍ୟାଣ୍ଡ ପକ୍ଷରୁ ଦିଆଯାଇଛି।

ପେଥାଇର ପ୍ରଭବ ସିଧାସଳଖ ଓଡ଼ିଶା ଉପରେ ପଡ଼ିବାର ସମ୍ଭାବନା କମ୍‌ ଥିଲେ ହେଁ ଦକ୍ଷିଣ ଓଡ଼ିଶାରେ ବର୍ଷା ଏବଂ ପବନ ହୋଇପାରେ ବୋଲି ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି। ଆସନ୍ତାକାଲି ସନ୍ଧ୍ୟାରୁ ଦକ୍ଷିଣ ଓଡ଼ିଶାର କିଛି ସ୍ଥାନରେ ବର୍ଷା ହେବ। ସେହିଭଳି ୧୬ ଓ ୧୭ ତାରିଖରେ ବର୍ଷାର ପରିମାଣ ବୃଦ୍ଧି ପାଇବ ବୋଲି ପାଣିପାଗ ବିଭାଗ ଆକଳନ କରିଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଏହା ଘୂର୍ଣ୍ଣିଝଡ଼ର ରୂପ ନେବାର ସମ୍ଭାବନା ରହିଛି। ଏହା ପ୍ରଭାବରେ ଦକ୍ଷିଣ ଓ ଆଭ୍ୟନ୍ତରୀଣ ଓଡ଼ିଶାରେ ବର୍ଷା ହେବାର ସମ୍ଭାବନା ରହିଛି ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପ୍ରକାଶ। ସମୁଦ୍ର ଅଶାନ୍ତ ରହୁଥିବାରୁ ଆସନ୍ତା ୪ ଦିନ ଯାଏ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଭିତରକୁ ଯିବାକୁ ବାରଣ କରାଯାଇଛି। ସେହିପରି ଯେଉଁମାନେ ଗଭୀର ସମୁଦ୍ରରେ ଅଛନ୍ତି, ସେମାନଙ୍କୁ ତୁରନ୍ତ କୂଳକୁ ଫେରି ଆସିବାକୁ ବିଭାଗ ପକ୍ଷରୁ ପରାମର୍ଶ ଦିଆଯାଇଛି।
ଏହି କାରଣରୁ ଆଗାମୀ ୧୬ରୁ ସାରା ରାଜ୍ୟରେ କୋହଲା ପାଗ ସହ ବର୍ଷା ଲାଗି ରହିବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପ୍ରକାଶ। ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଡିପ୍‌ ଡିପ୍ରେସନ୍‌ରେ ପରିଣତ ହେବା ହେତୁ ଆଗାମୀ୧୭ରେ କୋରାପୁଟ, ନବରଙ୍ଗପୁର, ରାୟଗଡ଼ା ଓ କନ୍ଧମାଳ ଆଦି ଜିଲ୍ଲାରେ ପ୍ରବଳ ବର୍ଷା ହେବ।

ଆସୁଛି ଝଡ ବର୍ଷା, ସତର୍କତା ଜାରି କଲେ ରାଜ୍ୟ ସରକାର,୧୬ ଏବଂ ୧୭ରେ ପ୍ରବଳ ବର୍ଷା ସମ୍ଭାବନା

Leave A Reply

Your email address will not be published.