ଯୋଗୀ ଏବଂ ମାୟାବତୀଙ୍କ ନିର୍ବାଚନୀ ପ୍ରଚାର ଉପରେ ପ୍ରତିବନ୍ଧକ

ନୂଆଦିଲ୍ଲୀ : ନିର୍ବାଚନ ଆୟୋଗ ସୋମବାର ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ତଥା ବିଜେପି ନେତା ଯୋଗୀ ଆଦିତ୍ୟନାଥଙ୍କ ନିର୍ବାଚନୀ ପ୍ରଚାର ଉପରେ ୭୨ ଘଣ୍ଟା (୩ ଦିନ) ଏବଂ ବହୁଜନ ସମାଜ ପାର୍ଟି (ବିଏସ୍‍ପି) ଅଧ୍ୟକ୍ଷା ମାୟାବତୀଙ୍କ ପ୍ରଚାର ଉପରେ ୪୮ ଘଣ୍ଟା (୨ ଦିନ)ର ପ୍ରତିବନ୍ଧକ ଲଗାଇଛି। ମଙ୍ଗଳବାର ସକାଳ ୬ଟାରୁ ଏହି ପ୍ରତିବନ୍ଧକ ଲାଗୁ ହେବ। ଯୋଗୀ ଏବଂ ମାୟାବତୀଙ୍କ ବିରୋଧରେ ନିର୍ବାଚନ ଆଦର୍ଶ ଆଚରଣବିଧି ଉଲ୍ଲଙ୍ଘନ ଅଭିଯୋଗ ରହିଛି। ଉଭୟ ଉତ୍ତେଜକ ଭାଷଣ ଦେଇଥିବା ଅଭିଯୋଗ ହୋଇଥିଲା। ସୁପ୍ରିମକୋର୍ଟ ସୋମବାର ଏହି ମାମଲାରେ ଅସନ୍ତୋଷ ବ୍ୟକ୍ତ କରିବା ସହ ଉଭୟ ନେତାଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନେବାକୁ ନିର୍ବାଚନ ଅୟୋଗଙ୍କୁ କହିଥିଲେ। ପ୍ରଧାନ ବିଚାରପତି ରଂଜନ ଗୋଗୋଇଙ୍କ ନେତୃତ୍ୱାଧୀନ ପୀଠ ଏହି ମାମଲାରେ ଏପ୍ରିଲ ୧୬ରେ ନିର୍ବାଚନ ଆୟୋଗଙ୍କ ପ୍ରତିନିଧିଙ୍କୁ ହଜର ହେବାକୁ ନିର୍ଦେଶ ଦେଇଛନ୍ତି।
ସୂଚନାଯୋଗ୍ୟ ଯେ ଏନେଇ ସୁପ୍ରିମକୋର୍ଟରେ ଏକ ଜନସ୍ୱାର୍ଥ ମାମଲା ଦାଏର କରାଯାଇଥିଲା। ଏଥିରେ ଅଭିଯୋଗରେ ଦର୍ଶାଯାଇଥିଲା ଯେ ନେତାମାନେ ଜାତି, ଧର୍ମ ଆଧାରରେ ଘୃଣା ପ୍ରସାରଣ କରୁଥିବା ଟିପ୍ପଣୀମାନ ଦେଉଛନ୍ତି। ତେଣୁ ଏଭଳି ରାଜନୈତିକ ଦଳ ବିରୋଧରେ କାର୍ଯ୍ୟାନୁଷ୍ଠାନ ନେବାକୁ ଦାବି କରାଯାଇଥିଲା। କୋର୍ଟ ଏହି ମାମଲାର ଶୁଣାଣି କରି ନିର୍ବାଚନ ଆୟୋଗଙ୍କୁ ଆଖି ବନ୍ଦ କରି ନବସିବାକୁ ପରାମର୍ଶ ଦେଇଥିଲେ।

Leave A Reply

Your email address will not be published.