ଭୁବନେଶ୍ବର : ପୂର୍ବତନ ପ୍ରଧାନମନ୍ତ୍ରୀ ଅଟଳ ବିହାରୀ ବାଜପେୟୀଙ୍କ ସ୍ବାସ୍ଥ୍ୟ ବସ୍ଥା ଦେଖିବାକୁ ଦିଲ୍ଲୀ ଏମ୍ସେ ଯିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଟ୍ୟୁଟ୍ କରି ଏହି ସୂଚନା ଦେଇଛନ୍ତି । ପୂର୍ବତନ ପ୍ରଧାନମନ୍ତ୍ରୀ ଅଟଳ ବିହାରୀ ବାଜପେୟୀଙ୍କ ସ୍ୱାସ୍ଥ୍ୟ ଅବସ୍ଥା ସଙ୍କଟାପନ୍ନ ରହିଛି । ଏ ନେଇ ଦିଲ୍ଲୀ ଏମ୍ସ ସ୍ୱାସ୍ଥ୍ୟ ବୁଲେଟିନ୍ ଜାରି କରିଛି । ତାଙ୍କୁ ଲାଇଫ୍ ସପୋର୍ଟ ସିଷ୍ଟମ୍ରେ ରଖାଯାଇଛି ବୋଲି ସୂଚନା ଦିଆଯାଇଛି । ବାଜପେୟୀଙ୍କୁ ଭେଟିବାକୁ ଏମ୍ସରେ ବହୁ କେନ୍ଦ୍ର ମନ୍ତ୍ରୀ ଓ ନେତାଙ୍କ ଭିଡ ଜମିଛି । ତେବେ ଆଜି ଅପରାହ୍ନରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବାଜପେୟୀଙ୍କୁ ଭେଟିବାକୁ ଦିଲ୍ଲୀ ଯିବେ ବୋଲି ସୂଚନା ଦେଇଛନ୍ତି ।
ମୁଖ୍ୟମନ୍ତ୍ରୀ ଟ୍ୱିଟ୍ କରି କହିଛନ୍ତି ଯେ ପୂର୍ବତନ ପ୍ରଧାନମନ୍ତ୍ରୀ ଅଟଳ ବିହାରୀ ବାଜପେୟୀଙ୍କ ସ୍ୱାସ୍ଥ୍ୟ ଅବସ୍ଥା ସଙ୍ଗୀନ ରହିଛି । ତେଣୁ ତାଙ୍କୁ ଏମ୍ସରେ ଦେଖିବାକୁ ନୂଆଦିଲ୍ଲୀ ଯିବେ ବୋଲି ମୁଖ୍ୟମନ୍ତ୍ରୀ ସୂଚନା ଦେଇଛନ୍ତି । ନବୀନ ଜଗନ୍ନାଥଙ୍କ ନିକଟରେ ତାଙ୍କର ଆଶୁ ଆରୋଗ୍ୟ କାମନା କରିଛନ୍ତି । ବାଜେପୟୀଙ୍କ କ୍ୟାବିନେଟ୍ରେ ମୁଖ୍ୟମନ୍ତ୍ରୀ ଦୁଇ ବର୍ଷ କାମ କରିଥିବା କହିଛନ୍ତି ।
ଅନ୍ୟପକ୍ଷରେ କେନ୍ଦ୍ରମନ୍ତ୍ରୀ ରାଜନାଥ ସିଂହ, ଧର୍ମେନ୍ଦ୍ର ପ୍ରଧାନ, ସୁଷମା ସ୍ୱରାଜ, ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ, ଏଆଇସିସି ଅଧ୍ୟକ୍ଷ ରାହୁଲ ଗାନ୍ଧୀ ଓ ପୂର୍ବତନ ସାଂସଦ ବୈଜୟନ୍ତ ପଣ୍ଡା ପ୍ରମୁଖ ଏମ୍ସରେ ପହଁଚି ବାଜପେୟୀଙ୍କ ସ୍ୱାସ୍ଥ୍ୟ ଅବସ୍ଥା ବିଷୟରେ ପଚାରି ବୁଝିଛନ୍ତି । ବିଭିନ୍ନ ନେତା ଓ ମନ୍ତ୍ରୀଙ୍କ ଗସ୍ତକୁ ଦୃଷ୍ଟିରେ ରଖି ଏମ୍ସ ପରିସରରେ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି ।
