ଭୁବନେଶ୍ୱର: ଏବେ ୪ଦିନ ଓଡ଼ିଶାରେ ପାଗ ଶୁଖିଲା ରହିବ । ମାତ୍ର ୩ରୁ ରାଜ୍ୟର କିଛି ସ୍ଥାନରେ ସ୍ୱଳ୍ପ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି ବୋଲି ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି ।
ଆକଳନ ଅନୁଯାୟୀ, ୩୦ ତାରିଖରେ ମୟୂରଭଞ୍ଜ, ଭଦ୍ରକ, ବାଲେଶ୍ବର, କେନ୍ଦ୍ରାପଡ଼ା ଓ ଜଗତ୍ସିଂହପୁରରେ ଘଡ଼ଘଡ଼ି ସହ ବଜ୍ରପାତ ହେବ। ଏଥିସହ ସୁନ୍ଦରଗଡ଼, ଝାରସୁଗୁଡ଼ା, ଅନୁଗୁଳ, କେନ୍ଦୁଝର, ଯାଜପୁର, ଭଦ୍ରକ, ଢେଙ୍କାନାଳ, କନ୍ଧମାଳ, ସୋନପୁର ଓ ବଲାଙ୍ଗୀର ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ଘନ କୁହୁଡ଼ି ହେବ। ତାହାକୁ ଦୃଷ୍ଟିରେ ରଖି ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ୩୧ ତାରିଖରେ କଳାହାଣ୍ଡି, କନ୍ଧମାଳ, ଅନୁଗୁଳ, ସୁନ୍ଦରଗଡ଼, ଢେଙ୍କାନାଳ, ଯାଜପୁର, ଭଦ୍ରକ ଓ କେନ୍ଦୁଝରରେ ପ୍ରବଳ କୁହୁଡ଼ି ହେବାର ସମ୍ଭାବନା ରହିଛି।
