ଓଡ଼ିଶାରେ ପହଞ୍ଚିଲେ ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ରାଞ୍ଚିରୁ ସ୍ବତନ୍ତ୍ର ହେଲିକପ୍ଟର ଯୋଗେ ଆସି ମୟୂରଭଞ୍ଜ ପାଣ୍ଡରଶିଳରେ ପହଞ୍ଚିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ସେଠାରୁ ସିଧାସଳଖ ଖିଚିଂ ଅଭିମୁଖେ ଗସ୍ତ କରି ମା’ କିଚକେଶ୍ବରୀଙ୍କ ଦର୍ଶନ କରିବେ ରାଷ୍ଟ୍ରପତି । ମା’ଙ୍କୁ ଦର୍ଶନ ସହ ପ୍ରସାଦ ସେବନ କରିବା କାର୍ଯ୍ୟକ୍ରମ ରହିଛି ।
ଅପରାହ୍ନରେ ଖିଚିଂର ପାଣ୍ଡରଶିଳ ଗାଁରେ ପହଁଚିବେ ରାଷ୍ଟ୍ରପତି । ରାଷ୍ଟ୍ରପତି ମା କିଚକେଶ୍ୱରୀଙ୍କୁ ଦର୍ଶନ କରିବାର କାର୍ଯ୍ୟକ୍ରମ ରହିଛି । ପରେ ରାଇରଙ୍ଗପୁର ଦାଣ୍ଡପୋଷ ଯାଇ କେନ୍ଦ୍ରୀୟ ବିଦ୍ୟାଳୟ ପାର୍ଶ୍ବରେ ନିର୍ମାଣ ହେବାକୁ ଥିବା ହଲିଡେ ହୋମର ଭିତ୍ତିପ୍ରସ୍ଥର ସ୍ଥାପନ ସହିତ ଭିସି ଜରିଆରେ ବିଭିନ୍ନ ପ୍ରକଳ୍ପର ଉଦଘାଟନ କରିବେ ଦ୍ରୌପଦୀ ମୁର୍ମୁ ।
ରାତିରେ ମହୁଲଡିହା ସ୍ଥିତ ନିଜ ବାସଭବନରେ ରାତ୍ରି ଯାପନ କରିବାର କାର୍ଯ୍ୟକ୍ରମ ରହିଛି। ଗୁରୁବାର କେନ୍ଦୁଝର ଏବଂ ଭୁବନେଶ୍ବର ଭଳି ବିଭିନ୍ନ ସ୍ଥାନରେ ଅନେକ କାର୍ଯ୍ୟକ୍ରମରେ ଯୋଗଦେବାର ସୂଚନା ରହିଛି। ମହାମହିମଙ୍କ ଗସ୍ତକୁ ଦୃଷ୍ଟିରେ ରଖି ରାଜ୍ୟର ବିଭିନ୍ନ ସ୍ଥାନରେ ସୁରକ୍ଷା ବ୍ୟବସ୍ଥା କଡ଼ାକଡି କରାଯାଇଛି ।
