ସରିଲା ରାଜ୍ୟ କ୍ୟାବିନେଟ ବୈଠକ। ଏହି ବୈଠକରେ ମୋଟ ୧୪ଟି ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ ଉପରେ ମୋହର ମାରିଛି ରାଜ୍ୟ କ୍ୟାବିନେଟ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ବସିଥିବା ଏହି ବୈଠକରେ ୧୪ଟି ପ୍ରସ୍ତାବକୁ କ୍ୟାବିନେଟ ଅନୁମୋଦନ ମିଳିଛି।
ରାଜଧାନୀର ଚନ୍ଦ୍ରଶେଖରପୁରରେ ଯାଦବ ଭବନ ନିର୍ମାଣ ହେବା ନେଇ କ୍ୟାବିନେଟରେ ସବୁଜ ସଙ୍କେତ ମିଳିଛି। ଉତ୍କଳ ଯାଦବ ମହାସଭାର ୫କୋଟି ୬୦ ଲକ୍ଷ ପ୍ରିମିୟମ ଛାଡ଼ ପାଇଁ କ୍ୟାବିନେଟ ଅନୁମୋଦନ ମିଳିଛି। ସେହିପରି କଟକ ଚାଉଳିଆଗଞ୍ଜରେ ଏକ ଡିଏଭି ମେଡିକାଲ ପବ୍ଲିକ ସ୍କୁଲ ତିଆରି କରିବେ ରାଜ୍ୟ ସରକାର।
୨୯ କୋଟି ୩୭ ଲକ୍ଷ ପ୍ରିମିୟମ ଛାଡ ପାଇଁ କ୍ୟାବିନେଟରେ ନଷ୍ପତ୍ତି ହୋଇଛି। ଏହାବ୍ୟତୀତ କଟକ ମହାନଦୀ ଉପରେ ଏକ ଉଚ୍ଚ ସେତୁ ନିର୍ମାଣ କରିବା ପ୍ରସ୍ତାବକୁ ମଧ୍ୟ କ୍ୟାବିନେଟ ବୈଠକରେ ଅନୁମୋଦନ ମିଳିପାରିଛି।
ଅନ୍ୟପକ୍ଷରେ ସାଲେପୁର ବ୍ରାହ୍ମଣଖଣ୍ଡ-ସାହୁଖେତ ରାସ୍ତାରେ ବ୍ରିଜ ନିର୍ମାଣକୁ ମଞ୍ଜୁରୀ ଦେଇଛି ରାଜ୍ୟ କ୍ୟାବିନେଟ ବୈଠକ। ଏଥିପାଇଁ ୧୨୮ କୋଟି ଟଙ୍କା ଖର୍ଚ୍ଚ ହେବାକୁ ଥିବା ବେଳେ ୩ ବର୍ଷରେ ସେତୁ ନିର୍ମାଣ କାମ ସରିବ।
ଜଳସେଚିତ ଅଞ୍ଚଳରେ ପୁରୁଣା କରନାଳୀର ପୁନଃନିର୍ମାଣ କାମ ବଢିବା ପାଇଁ ମଧ୍ୟ କ୍ୟାବିନେଟ ବୈଠକରେ ନିଷ୍ପତ୍ତି ନିଆଯାଇଛି । ପୁନଃନିର୍ମାଣ କାର୍ଯ୍ୟର ଅବଧିକୁ ବୃଦ୍ଧି କରିବା ନିଷ୍ପତ୍ତି ନିଆଯାଇଛି।
ତାଳଚେର ଫର୍ଟିଲାଇଜର ଲିମିଟେଡକୁ ୮୫୬ ଏକର ଜାଗା ପଞ୍ଜୀକରଣ ହେବ। ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ବସିଥିବା ଏହି ଗୁରୁତ୍ୱପୂର୍ଣ୍ଣ ବୈଠକରେ ଷ୍ଟାମ୍ପ ଭେଣ୍ଡରଙ୍କ କମିସନ ବୃଦ୍ଧିକୁ କ୍ୟାବିନେଟ ଅନୁମୋଦନ ମିଳିଛି।
